ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୭,୯୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୪୦,୫୪୨ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୪,୪୨୨ ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୨,୯୭୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨,୯୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୯୨,୭୭୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୫୪୧ ଜଣଙ୍କର ମୃତ୍ୟୁ ଘଟିଛି ।