
ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର କ୍ଲଷ୍ଟର୍ ଅନ୍ତର୍ଗତ ହରିହର ସାହି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଭାଗିନୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରସାନ୍ତ କୁମାର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମନାରାୟଣ ପଣ୍ଡା, ପ୍ରାକ୍ତନ ସିଆରସିସି ବାଳକୃଷ୍ଣ ସାବତ, ଶିକ୍ଷକ ସନିତ୍ କୁମାର ଜେନା ଏବଂ କ୍ଷତ୍ରିୟବରପୁର ସିଆରସିସି ମଧୁସୂଦନ ସେଠୀ ପ୍ରମୁଖ ଯୋଗ ଦେଇଥିଲେ I ଏହି ଅବସରରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ବର୍ତ୍ତମାନର ଲେବଲ୍-3 ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀଙ୍କୁ ବିଦ୍ୟାଳୟ ତରଫରୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର 53 ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ପ୍ରଦାନ କରାଯାଇଥିଲା I ସମସ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଶିବ ଗୌଡ ସହଯୋଗ କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ରଥ ଧନ୍ୟବାଦ ଜ୍ଞାପନ କରିଥିଲେ I