ଭୁବନେଶ୍ବର, ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ବ ପ୍ରଦାନ କରିଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ବ ଦିଆଯାଇଥିବା ବେଳେ ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂ, ଉମାକାନ୍ତ ସାମନ୍ତରାୟ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ବ ଦିଆଯାଇଥିବା ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।
Related Stories
November 23, 2024