
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୭୦୯୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୨୨୪୬ ରହିଛି ।ଆଜି ଚିହ୍ନଟ ହୋଇଥିବା ୩୯୪ ଜଣଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୧୨ଜଣ, ରାୟ ଗଡ଼ାରୁ ୩ ଜଣ ସଂକ୍ରମିତଚ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO