ନୂଆଦିଲ୍ଲୀ, ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।ସେ ଟ୍ବିଟ କରି କହିଛନ୍ତି ଯେ – ଉତ୍କଳ ଦିବସରେ ସମସ୍ତଙ୍କୁ, ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ। ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି ଭୂମିର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତ କଳା ଓ ନୃତ୍ୟ ପାଇଁ ଏ ଦେଶ ଗର୍ବିତ। ଓଡ଼ିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭକାମନା।