
ଭୁବନେଶ୍ୱର, ଆଜି ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହା ପୂର୍ବରୁ ବୁଧବାର ଦିନ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । ବିଶେଷ ଭାବେ ରାଜ୍ୟରେ ବେରୋଜଗାର, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବିକାଶ ନହେବା, ଶିକ୍ଷିତ ଯୁବକଯୁବତୀମାନଙ୍କୁ ସ୍ଥାୟୀ ନିଯୁକ୍ତି ନମିଳିବା, କରୋନା ସମୟରେ ରାଜ୍ୟକୁ ଫେରିଥିବା ଦାଦନ ଶ୍ରମିକ ଭାଇ ଭଉଣୀମାନଙ୍କର ଦକ୍ଷତା ମ୍ୟାପିଂ ନକରି ନିଯୁକ୍ତି ନଦେବା, ଯୁବ ପ୍ରତିଭାଙ୍କୁ ଅଣଦେଖା କରିବର ଆଦି ପ୍ରସଙ୍ଗ ରାଜ୍ୟ ପଦାଧିକାରୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା ହୋଇଥିଲା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଯୁବକଯୁବତୀମାନଙ୍କ ପାଇଁ ଅନେକ ଯୋଜନା ଲାଗୁ କରିଛନ୍ତି । ଦେଶର ଯୁବକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ସ୍କିଲ ଇଣ୍ଡିଆ, ଡିଜିଟାଲ ଇଣ୍ଡିଆ, ଷ୍ଟାର୍ଟଅପ ଇଣ୍ଡିଆ, ମେକ ଇନ ଇଣ୍ଡିଆ ଆଦି ଲାଗୁ କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ମୋଦି ସରକାରଙ୍କ ବଳିଷ୍ଠ ନେତୃତ୍ୱ ଓ ପଦକ୍ଷେପ କାରଣରୁ ଭାରତବର୍ଷ ସମଗ୍ର ବିଶ୍ୱରେ ପ୍ରଶଂସାର ଅଧିକାରୀ ହୋଇଛି ।ଏହି ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଯୁବମୋର୍ଚ୍ଚା ଉପ ସଭାପତି ବିଶ୍ୱଜିତ ଷଡଙ୍ଗୀ,ସିଦ୍ଧାର୍ଥ ଗଙ୍ଗଦେବ, ସାଧାରଣ ସଂପାଦକ ଓମ ପ୍ରକାଶ ମିଶ୍ର ଓ ଦୀପକ ଗୋଚ୍ଛାୟତଙ୍କ ସମେତ ରାଜ୍ୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO