

ଆଜି ଚିହ୍ନଟ ହୋଇଥିବା ୪୬୧ ଜଣଙ୍କ ମଧ୍ୟରୁ ୨୭୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୂଆପଡା ଜିଲ୍ଲାରେ ସବୁଠାରୁ ଅଧିକ ୮୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୩୨ ଜଣ, ଭଦ୍ରକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ, କଟକରୁ ୨୨ ଜଣ, ଗଞ୍ଜାମରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ. କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୬୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୮୬ ଜଣ, ପୁରୀରୁ ୯ଜଣ, ରାୟ ଗଡ଼ାରୁ ୭ ଜଣ ସଂକ୍ରମିତଚ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।