କର୍ଣାଟକରେ ଗତ ୨୪ ଘଂଟାରେ ୪,୨୩୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪,୨୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୦୧,୨୩୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୫୮୫ ଜଣଙ୍କର ମୃତ୍ୟୁ ଘଟିଛି ।