
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୭୬୩୫ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୦୮୫ ରହିଛି ।ଆଜି ଚିହ୍ନଟ ହୋଇଥିବା ୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୮୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୬ ଜଣ, କଟକରୁ ୨୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୧୨ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୫୦ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ. କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୦ ଜଣ, କୋରାପୁଟରୁ ୭ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୧୭ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୪୨ ଜଣ, ପୁରୀରୁ ୧୪ଜଣ, ରାୟ ଗଡ଼ାରୁ ୮ ଜଣ ସଂକ୍ରମିତଚ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮୫ ଜଣ ଓ ଷ୍ଟେଟ୍ ପୁଲରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।