ଉତରାଖଂଡରେ ଗତ ୨୪ ଘଂଟାରେ ୫୫୦ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୫୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୧୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧,୭୨୭ ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୪୫୫୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୫୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୧୫,୧୫୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୬୨୫ ଜଣଙ୍କର ମୃତ୍ୟୁ ଘଟିଛି ।