ତାମିଲନାଡୁରେ ଗତ ୨୪ ଘଂଟାରେ ୩,୫୮୧ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୩,୫୮୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୯,୮୦୭ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୭୭୮ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୭,୦୭୪ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୭,୦୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୩୦,୫୦୩ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୫,୮୭୮ ଜଣ ମୃତ୍ୟୁବରଣ କରିଛନ୍ତି ।