
ଗଞ୍ଜାମ, ଗାୟତ୍ରୀ ପରିବାରଙ୍କ ପକ୍ଷରୁ ଗାୟତ୍ରୀ ମନ୍ଦିର ପରିସରରେ ଆସନ୍ତା 18 ତାରିଖରେ ମହାକାଳେଶ୍ଵର ଓ ଗାୟତ୍ରୀ ମନ୍ଦିର ପ୍ରତିଷ୍ଠା ପାଇଁ ଗତକାଲି ଶୁଭ ଖୁଣ୍ଟ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗାୟତ୍ରୀ ପରିବାର ପକ୍ଷରୁ ମନୋରଞ୍ଜନ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଗାୟତ୍ରୀ ହୋମ, ପୂଜା ଓ ମନ୍ତ୍ର ପାଠ କରାଯାଇ ଶୁଭ ଖୁଣ୍ଟ ସ୍ଥାପନ ହୋଇଯାଇଛି । ଏହି ମାଙ୍ଗଳିକ କାର୍ଯ୍ୟକ୍ରମରେ ଆସିକା ସାଂସଦ ପ୍ରମିଳା ବିଶୋଇ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, କବିସୂର୍ଯ୍ୟନଗର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବଳୟ ଦେହୁରୀ, ଥାନା ଅଧିକାରୀ ପ୍ରଭାତ ସାହୁଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ଏନଏସିର ପୂର୍ବତନ କାଉନସିଲର, ଭକ୍ତ, ଶୁଭେଚ୍ଛୁ ଯୋଗ ଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO