ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୫,୪୬୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୫,୪୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୭୨,୨୮୩ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୬,୩୩୦ ଜଣ ମୃତ୍ୟୁବରଣ କରିଛନ୍ତି ।
ଝାରଖଣ୍ଡରେ କରୋନାର ୧,୨୬୪ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧,୨୬୪ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୨୯,୫୯୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୧୪୪ ଜଣଙ୍କର ମୃତ୍ୟୁ ଘଟିଛି