

Related Stories
October 21, 2025
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଅଭିଯାନ (ସ୍ପେଶାଲ ଡ୍ରାଇଭ୍)କୁ ଜୋରଦାର କରିବାକୁ ପୋଲିସ୍ ଏସପି ଓ ଡିସିପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ପାଳନ ଉପରେ ଗୁରୁତ୍ୱ ଦେବା ସହ ଆଇନ୍ ଶୃଙ୍ଖଳା ସମ୍ପର୍କରେ ଏଡିଜିଙ୍କୁ ଦୈନିକ ରିପୋର୍ଟ ଦେବାକୁ ପୋଲିସ୍ ଡିଜି ନିର୍ଦ୍ଦେଶ ଦେଇଛନ୍ତି ।ଉଲ୍ଲେଖ୍ୟଯୋଗ୍ୟ ଯେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ସ୍ଥିତି ସମ୍ପର୍କର୍ରେ ସମୀକ୍ଷା କରିବା ପରେ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଲୋକଙ୍କୁ ସଚେତନ କରିବାକୁ ପୋଲିସ୍ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୁଧବାର ଠାରୁ ଏହି ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହୋଇ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ।