ଭୋପାଳ , ମଧ୍ୟ ପ୍ରଦେଶ ଗତ ୨୪ ଘଂଟାରେ ୩,୭୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୩,୯୭୧ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୪,୦୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧୦୦କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧୦୦ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୩୩୨ହୋଇ ଯାଇଛି ।ବର୍ତମାନ ଯାଏ ୧୧,୧୧୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
କେରଳରେ ଗତ ୨୪ ଘଂଟାରେ ୩,୫୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩,୫୦୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୨୯,୯୬୨ ଟି ସକ୍ରିୟ ମାମଲା ରହିଛି ।