ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୩,୬୪୫ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୫,୫୯୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୨,୮୦୪ ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୬୧୫୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୧୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୨୬,୫୮୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୬୯୬ ଜଣଙ୍କର ମୃତ୍ୟୁ ଘଟିଛି ।