ଭୁବନେଶ୍ୱର. ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଓଡ଼ିଶାରେ ଶନିବାରରୁ ଟିକାକରଣ ବନ୍ଦ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି । ରାଜ୍ୟରେ ଟିକାକରଣ ଲାଗି ଦିନକୁ ୨.୫ ଲକ୍ଷ ଟିକା ଦରକାର । ଓଡ଼ିଶାରେ ମାତ୍ର ୦.୫ ଟିକା ନଷ୍ଟ ହୋଇଛି । ୧୦ ଦିନ ପାଇଁ ଆମକୁ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଥିବା ସେ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯାଏ ଟିକା ଆସିନି । ଆଜି ସନ୍ଧ୍ୟା ସୁଦ୍ଧା ନ ଆସିଲେ ଶନିବାରରୁ ଟିକାକରଣ ବନ୍ଦ ହେବ ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ, ସଂକ୍ରମଣ ବୃଦ୍ଧି ପାଉଥିବା ରାଜ୍ୟରୁ ଓଡ଼ିଶା ଆସୁଥିବା ଲୋକମାନଙ୍କର ଆରଟିପିସିଆର୍ ଟେଷ୍ଟିଂ କରାଯିବ । ସେମାନେ ୭ ଦିନ ସଙ୍ଗରୋଧରେ ରହିବେ । ପଶ୍ଚିମବଙ୍ଗ ଫେରନ୍ତାଙ୍କର ବି ପରୀକ୍ଷା ହେବ । ସଂକ୍ରମଣ ବଢ଼ୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆସରିଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
Related Stories
March 28, 2024