
ଗଞ୍ଜାମ, ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଗୁରୁଣ୍ଠି ପଚାଂୟତର ଶ୍ରୀରଙ୍ଗରାଜପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା ଅନୁମାନ କରାଯାଉଛି । ତେବେ ଘଟଣାରେ କେହି ମୃତାହତ ହୋଇନାହିଁନ୍ତି । ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।