
କନ୍ଧମାଳ, କନ୍ଧମାଳ ଜିଲ୍ଲା ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସମରବିଳାସ ବେହେରା ଆଜି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ପୀଡ଼ିତାର ବୟାନ, ଡାକ୍ତରୀ ରିପୋର୍ଟ ଏବଂ ସାକ୍ଷ୍ୟପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ବିରେନ୍ଦ୍ର ନାୟକ(୫୭)କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୨ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି । ଜରିମାନା ଅନାଦେୟ ବିରେନ୍ଦ୍ରକୁ ଆଉ ୬ ମାସ ଅଧିକ ଜେଲ୍ ଦଣ୍ଡ ଭୋଗିବାକୁ ହେବ ବୋଲି କୋର୍ଟ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି ।
ସୂଚନା ଅନୁସାରେ ଘଟଣା ଦିନ ବିରେନ୍ଦ୍ରଙ୍କ ଘର ପାଖରେ ରହୁଥିବା ଏହି ନାବାଳିକା ଜଣକ ଅନ୍ୟ ପିଲାଙ୍କ ସହିତ ଅପରାହ୍ନ ୩ଟା ବେଳେ ବାହାରେ ଖେଳୁଥିବାବେଳେ ନାବାଳିକାକୁ ଘରକୁ ଡାକି କବାଟ ବନ୍ଦ କରି ତା ସହିତ ଦୁଷ୍କର୍ମ କରିଥିବା ନେଇ ଗତ ୧୮.୦୮.୨୦୧୭ ତାରିଖରେ ଫିରିଙ୍ଗିଆ ଥାନାରେ ନାବାଳିକାର ପରିବାର ଲୋକେ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁସାରେ ଫିରିଙ୍ଗିଆ ଥାନା ପୋଲିସ ଏକ ମାମଲା ୭୪/୧୭ ରେ ରୁଜ୍ଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ଏହି ମାମଲାର ବିଚାରଣ କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି । ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO