-
ବେକରେ ଝୁଲେଇ କି ନୁହେଁ, ମାସ୍କକୁ ଠିକ୍ ଭାବେ ନାକକୁ ଘୋଡେଇ ପିନ୍ଧିବା
-
ସରକାର ବାହାରେ ଜଗିଛନ୍ତି, ମା’ ମାନେ ଘର ଭିତରେ ପରିବାରର ଲୋକଙ୍କୁ ଜଗନ୍ତୁ

ଭୁବନେଶ୍ୱର, ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କବଚ । ମାସ୍କ ପିନ୍ଧିଲେ କରୋନାକୁ ବିନା ଲକ୍ଡାଉନ୍ ରେ ରୋକିପାରିବା । ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି, ସେମାନଙ୍କ ଠାରୁ ୨ ଗୁଣ ଜରିମାନା ଆଦାୟ କରାଯିବ । ଆଜିଠାରୁ ୧୪ ଦିନିଆ ମାସ୍କ ଅଭିଯାନ ଆରମ୍ଭ କରିବା ବୋଲି ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହା କହିଛନ୍ତି ।ଏକ ଭିଡିଓ ବାର୍ତା ଜରିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମାନବ ଇତିହାସରେ ଏପରି ସଙ୍କଟ ନିକଟ ଅତୀତରେ ଆସିନଥିଲା । ଦେଶର ଅନ୍ୟ ରାଜ୍ୟରେ ଲକ୍ଡାଉନ୍ ଓ ରାତ୍ରିକାଳୀନ କର୍ଫ୍ୟୁ ଆରମ୍ଭ ହୋଇଯାଇଛି । ଆମେ କଟକଣା ମାନିଲେ ଏସବୁର ଦରକାର ପଡ଼ିବ ନାହିଁ । ଆମେ ଆଜିଠାରୁ ୧୪ ଦିନିଆ ମାସ୍କ ଅଭିଯାନ ଆରମ୍ଭ କରିବା । ଏହି ସମୟରେ କଡ଼ାକଡ଼ି ଭାବେ ମାସ୍କ ପିନ୍ଧିବା ନିୟମ ପାଳନ କରିବା । ତେବେ ଏହା ଏକ ଅଭ୍ୟାସରେ ପରିଣତ ହୋଇଯିବ । ପୂରା ନାକ ଓ ମୁହଁକୁ ବନ୍ଦ କରି ମାସ୍କ ପିନ୍ଧିବା । ତେବେ କରୋନାକୁ ଜିତି ପାରିବା । ବେକରେ ଝୁଲେଇ କି ନୁହେଁ, ମାସ୍କକୁ ଠିକ୍ ଭାବେ ନାକକୁ ଘୋଡେଇ ପିନ୍ଧିବା ।
ସେହିପରି ମା’ ମନେ ସତର୍କ ହେଲେ କରୋନା ଘର ଭିତରକୁ ଆସିପାରିବ ନାହିଁ । ସରକାର ବାହାରେ ଜଗିଛନ୍ତି । ତେଣୁ ମା’ ମାନେ ଘର ଭିତରେ ପରିବାରର ଲୋକଙ୍କୁ ଜଗନ୍ତୁ । ବାହାରକୁ ଯାଉଛନ୍ତି ସେମାନେ ଯେଭଳି ମାସ୍କ ପିନ୍ଧିବେ ସେଥିପ୍ରତି ମା ମାନେ ବିଶେଷ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ଯେଉଁମାନେ କୋଭିଡ-୧୯ ଟିକା ନେଇ ନାହାନ୍ତି, ସେମାନେ ନିଶ୍ଚୟ ଭାବେ ମାସ୍କ ପିନ୍ଧନ୍ତୁ । ଯେଉଁମାନେ ଟିକା ନେଇଛନ୍ତି, ସେମାନେ ବି ମାସ୍କ ପିନ୍ଧନ୍ତୁ । ଯଦି ଆପଣ ଚାହୁଁଛନ୍ତି ଆପଣଙ୍କ ରୋଜଗାର ବନ୍ଦ ନହେଉ ତେବେ ଆପଣଙ୍କ ଜୀବିକା ଠିକ ଭାବେ ଚାଲୁ ତା’ହେଲେ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏବେ କରୋନା ଭାଇରସ ମହାମାରୀର ଦ୍ୱିତୀୟ ଲହର ବ୍ୟାପି ଚାଲିଛି । ଅନ୍ୟ ଦେଶରେ ତୃତୀୟ ଲହର ଆରମ୍ଭ ହୋଇଯାଇଛି । ତେଣୁ ଆମକୁ କେତେ ଲହରର ସମ୍ମୁଖୀନ ହେବାକୁ ପଡିବ ତାହା ଆମେ ଜାଣିନୁ । ଯଦି ଆମ ଜୀବନଶୈଳୀରେ ଛୋଟିଆ ପରିବର୍ତନ ଆଣିପାରିବା ଓ ମାସ୍କକୁ ସାଥି କରିପାରିବା ତେବେ ବିନା ଲକ୍ ଡାଉନରେ କରୋନା ବିପଦରୁ ରକ୍ଷା ପାଇପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO