
ବେଲଗୁଣ୍ଠା, ପ୍ରାଥମିକ ସ୍ତରରେ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସେମାନଙ୍କୁ ସରକାରଙ୍କ ତରଫରୁ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ମାଗଣା ପାଠ୍ୟ ପୁସ୍ତକ, ପୋଷାକ ଏବଂ ଜୋତା ମଧ୍ୟ ଯୋଗାଇ ଦେବାର ବ୍ୟବସ୍ଥା ରହିଛି I ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ଦିଆଯାଉଥିବା ବେଳେ ଆଜି ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ନେଟଙ୍ଗା କ୍ଲଷ୍ଟର୍ ର ଷଢ଼ଙ୍ଗୀପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବର ଆୟୋଜନ କରାଯାଇ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏକ ହଳ ପୋଷାକ,ଜୋତା ଏବଂ ଦୁଇ ହଳ ମୋଜା ପ୍ରଦାନ କରାଯାଇଛି I ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାବେ ନାଟେଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଦାସ ଯୋଗ ଦେଇ ପ୍ରାଥମିକ ଶିକ୍ଷା ପାଇଁ ଥିବା ସରକାରୀ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷୟିତ୍ରୀ ଭାଗ୍ୟଲତା ସେଠୀ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ବାସନ୍ତୀ ବିଷୋୟୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I
ରିପୋର୍ଟ-ଶିବରାମ ଚୌଧୁରୀ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO