ଭୁୁବନେଶ୍ୱର, ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କ୍ୟାନସର ହସ୍ପିଟାଲ । ସୋମବାର ଦିନ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତି ଗ୍ରହଣ କରାଯାଇଛି । ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ କ୍ୟାବିନେଟ୍ ମଂଜୁରୀ ମିଳିଛି । ଏଥିପାଇଁ ସୁବ୍ରତ ବାଗଚୀ ଓ ସସ୍ମିତା ବାଗଚୀ ୨୧୦ କୋଟି ଟଙ୍କା ଅନୁଦାନ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।କ୍ୟାନସର ହସ୍ପିଟାଲ ପାଇଁ ଇନଫୋସିଟି-୨ରେ ରାଜ୍ୟ ସରକାର ୨୦ ଏକର ଜମି ଯୋଗାଇଦେବେ । ଜାନୁଆରୀ ୨୦୨୪ ସୁଦ୍ଧା ୨୫୦ ଶଯ୍ୟାରେ ଚିକିତ୍ସା ସୁବିଧା ମିଳିବ । ପରେ ଶଯ୍ୟା ସଂଖ୍ୟା ୫ଶହକୁ ବୃଦ୍ଧି କରାଯିବ । ସଂପୂର୍ଣ୍ଣ ମାଗଣା ଚିକିତ୍ସା ପାଇଁ ୨୫ ପ୍ରତିଶତ ଶଯ୍ୟା ଅଲଗା ରଖାଯିବ ।ସେହିପରି ଭୁବନେଶ୍ୱରରେ କରୁଣାଶ୍ରାୟ ପାଲିଏଟିଭ କେୟାର ସେଂଟର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ମଂଜୁରୀ ମିଳିଛି ।