ଆଜି ଚିହ୍ନଟ ହୋଇଥିବା ୧୭୪୧ ଜଣଙ୍କ ମଧ୍ୟରୁ ୧୦୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୬୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୮ ଜଣ, ବରଗଡ଼ରୁ ୯୭ ଜଣ, ଭଦ୍ରକରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୫, କଟକରୁ ୫୮ ଜଣ, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୧୪, ଗଞ୍ଜାମରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁରରୁ ୩୮ ଜଣ, ଝାରସୁଗୁଡ଼ାରୁ ୪୩ ଜଣ, କଳାହାଣ୍ଡିରୁ ୧୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ. କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୨୦୪ ଜଣ, କୋରାପୁଟରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୯ ଜଣ, ନବରଙ୍ଗପୁରରୁ ୮୦ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୯୬ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୨୧ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬୮ ଜଣ ଓ ଷ୍ଟେଟ୍ ପୁଲରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୫ ଗିରଫ, ୮୫୫ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୫ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୫୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୩୦,୩୭,୧୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।