ଭୁୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୧୯୨୮ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୂଆପଡା ଜିଲ୍ଲାର ଜଣେ ୨୪ ବର୍ଷୀୟ ପୁରୁଷ ତଥା ଜଣେ ୪୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେମାନେ ଦୁଇ ଜଣ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।