-
ପିପିଲି ଡେଲାଙ୍ଗ ଅଂଚଳର ଆଜି ପର୍ଯ୍ୟନ୍ତ ବିକାଶର ଦାୟଶତ୍ୱ କିଏ ନେଇଥିଲା ?
-
ମୁଖ୍ୟମନ୍ତ୍ରୀ ହିଂସାକୁ ପ୍ରୋତ୍ସାହନ ଦେଉନାହାନ୍ତି କି ?
ପିପିଲିକୁ ହିଂସ୍ର କିଏ କରୁଛି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି ।ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ମହିଳାଙ୍କ କଥା କହିଛନ୍ତି । ପିପିଲିର ଦଳିତ ଝିଅ ବେବିନାକୁ ନ୍ୟାୟ ମିଳିଛି କି? ଇତିଶ୍ରୀକୁ କି ନ୍ୟାୟ ମିଳିଲା ? ପିପିଲିର ଏହି ଦୁଇ ଝିଅଙ୍କ ନାଁ କଣ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ନାହିଁ କି? ମୋଦି ସରକାର ଫନୀ ବାତ୍ୟା ବିପନ୍ନଙ୍କ ପାଇଁ ଘର ପଠାଇଲେ । ଏବେ ପିପିଲି-ଡେଲାଙ୍ଗର ହଜାର ହଜାର ପରିବାର ପଲିଥିନ ଟାଣି ଖୋଲା ଆକାଶ ତଳେ କାହିଁକି ରହିଛନ୍ତି? ହିଷ୍ଟ୍ରିସିଟର ବଡ ଅପରାଧୀ ଧୀରେନ ସାମନ୍ତରାୟଙ୍କୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ । ଏପରିକି ପିପିଲି ଉପନିର୍ବାଚନ ଦାୟୀତ୍ୱ ଦେଇ ଖୋଦ୍ ମୁଖ୍ୟମନ୍ତ୍ରୀ ହିଂସାକୁ ପ୍ରୋତ୍ସାହନ ଦେଉନାହାନ୍ତି କି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି ।
ନବୀନ ବାବୁଙ୍କ ପିପିଲିର ନିର୍ବାଚନ ପ୍ରଚାର ବୃଦ୍ଧ ବ୍ୟାଘ୍ରର ସ୍ୱର୍ଣ୍ଣ କଙ୍କଣ ଦାନ ପରି ଉପାଖ୍ୟାନ । ମିଥ୍ୟା ପ୍ରବଂଛନା ଓ ପ୍ରତାରଣାକୁ ପିପିଲି-ଡେଲାଙ୍ଗବାସୀ ଭଲ ଭାବେ ବୁଝି ସାରିଛନ୍ତି ଓ ଆଗାମୀ ନିର୍ବାଚନରେ ଏହାର ସଠିକ ଉତର ଦେବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ରବି ନାଏକ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।