
ଭୁବନେଶ୍ୱର, ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ବିଧାନସଭା ପରିସରରେ ଥିବା ରାଜଧାନୀ ଶିଳାନ୍ୟାସ ଫଳକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ସୂଚନା ଲୋକ ସମ୍ପର୍କ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଟଣୀ ବିଧାୟକ ସୁରେଶ ରାଉତରାୟ ମାଲ୍ୟାର୍ପଣ କରିଛନ୍ତି । ଉଲ୍ଲେଖନୀୟ ଯେ ଆଜି ୭୩ତମ ରାଜଧାନୀ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଆଜିର ଦିନ (ଏପ୍ରିଲ ୧୩ ତାରିଖ)ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା ।