
ଗଞ୍ଜାମ, ଆସନ୍ତା କାଲି ଠାରୁ ଗଞ୍ଜାମ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ ପାର୍କ, ଖେଳ ପଡ଼ିଆ, ହ୍ରଦ, ସମୁଦ୍ର ବେଳାଭୂମି ସପ୍ତାହକ ପାଇଁ ଅର୍ଥାତ୍ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାରେ କରୋନା ସଂକ୍ରମଣ ଭୟଙ୍କର ରୂପରେଖ ନେଇଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଆସନ୍ତା କାଲି ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତୀ ଉପରେ ମଧ୍ୟ ପ୍ରଶାସନ ପକ୍ଷରୁ ରୋକ୍ ଲଗାଯାଇଛି ।