ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୧,୭୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୪,୫୮,୯୯୬ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୮,୨୪୫ ଜଣ ମୃତ୍ୟୁବରଣ କରିଛନ୍ତି ।
ରାଜସ୍ଥାନରେ ଗତ ୨୪ ଘଂଟାରେ ୫,୭୭୧ ନୂଆ କରୋନା ମାମଲା
ଜୟପୁର, ରାଜସ୍ଥାନରେ ଗତ ୨୪ ଘଂଟାରେ ୫,୭୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୬୯,୫୬୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨,୯୫୧ଜଣଙ୍କର ମୃତ୍ୟୁ ଘଟିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୩,୨୬୩ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩,୨୬୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୧୧୫ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୩୧୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।