ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନେ ହୋମ୍ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି । ସେହିପରି ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ସୂଚନା ମିଳିଛି । ମୃତକଙ୍କ ବୟସ ୭୨ ବର୍ଷ ଏବଂ ସେ ପୂର୍ବରୁ କର୍କଟ ଓ ରକ୍ତଚାପରେ ପୀଡ଼ିତ ଥିବା ନେଇ ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରେ କରୋନର ଦ୍ୱିତୀୟ ଲହରରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଉଥିବାରୁ ଏହା ଜନସାଧାରଣଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ।