
ଭୁୁବନେଶ୍ୱର ରାଜ୍ୟରେ କରୋନାରେ ଆଉ ତିନି ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢି ୧୯୩୩ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲାର ଜଣେ ୪୩ ବର୍ଷ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ସେହିପରି ଗଂଜାମ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୩୨ ବର୍ଷୀୟ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେ ସିକଲସେଲରେ ପୀଡିତ ଥିଲେ ।