-
ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
-
୧୯ରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ
-
ମହାମାରୀ ସ୍ଥିତିରେ ଉନ୍ନତି ଆସିଲେ ପରୀକ୍ଷା ନିଷ୍ପତି
-
ପରୀକ୍ଷା ନଦେଇ ଉତୀର୍ଣ୍ଣ ହେବେ ନବମ ଓ ଏକାଦଶ ଛାତ୍ରଛାତ୍ରୀ
ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତି ନିଆଯିବ । ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀକୁ ଉତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ।ବର୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ଏପ୍ରିଲ୧୯ ତାରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।
ସେହିପରି ସିବିଏସଇ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪ ଏପ୍ରିଲରୁ ସିବିଏସଇ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା ୧୯ ତାରିଖ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ୱାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।