ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୩,୮୪,୫୪୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୬,୨୦,୦୩,୪୧୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୦୦,୭୩୯ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୦୦,୭୩୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୦୩୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୦,୭୪,୫୬୪ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪,୭୧,୮୭୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୭୩,୧୨୩ ଜଣ ମୃତ୍ୟୁ ବରଣ କରିଛନ୍ତି ।