ଭୁୁବନେଶ୍ୱର ,ରାଜ୍ୟରେ କରୋନାରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢି ୧୯୩୫ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାର ଜଣେ ୭୦ ବର୍ଷ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ସେହିପରି କଳାହାଣ୍ଡି ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି ।