
ଭଦ୍ରକ,ଭଦ୍ରକ ଜିଲ୍ଲା ଆରଡ଼ିସ୍ଥିତ ଆଖଣ୍ଡଳମଣି ମନ୍ଦିରରେ ଆଜି ଠାରୁ ଆସନ୍ତା ୧୭ ତାରିଖ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିଛି । ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଅନ୍ୟପକ୍ଷରେ ପ୍ରଶାସନର ଏହି ନିଷ୍ପତିକୁ ସେବାୟତ ମାନେ ବିରୋଧ କରିବା ସହ ମନ୍ଦିର ସମ୍ମୁଖରେ ଧାରଣା ଦେଇଛନ୍ତି ।
ଏନେଇ ଅଧିକ ସୂଚନା ଦେଇ ଭଦ୍ରକ ଉପଜିଲ୍ଲାପାଳ ପୀତାମ୍ବର ସାମଲ କହିଛନ୍ତି ଯେ, ଆଜି ଦିନ ୧୨ଟା ଠାରୁ ଆଖଣ୍ଡଳମଣି ମନ୍ଦିରକୁ ନଯିବାକୁ ସାଧାରଣ ଲୋକଙ୍କୁ କୁହାଯାଇଛି । ୧୭ ତାରିଖ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିବ । କେବଳ ସେବାୟତ ମାନେ କରୋନା କଟକଣାକୁ ଅନୁପାଳନ କରି ରୀତିନୀତି ଅନୁସାରେ ବାବା ଆଖଣ୍ଡଳମଣିଙ୍କ ପୂଜା କାର୍ଯ୍ୟ କରିପାରିବେ । ଏହି ଅବଧି ମଧ୍ୟରେ ମନ୍ଦିର ଚର୍ତୁପାଶ୍ୱର୍କୁ ସାନିଟାଇଜ୍ କରାଯିବା ସହିତ ସମସ୍ତ ସେବାୟତଙ୍କ କୋଭିଡ଼୍ ଟେଷ୍ଟ କରାଯିବ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO