ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭,୨୮୨ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୬୭,୪୩୮ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୧,୫୪୦ ଜଣଙ୍କର ମୃତ୍ୟୁ ଘଟିଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୮,୯୫୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୮,୯୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୧୨,୦୭୦ ହାଇଛି ।