ଗାନ୍ଧୀନଗର ,ଗୁଜରାତରେ ଗତ ୨୪ ଘଂଟାରେ ୭,୪୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୯,୨୫୦ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୪,୯୯୫ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୧୨୬୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୧୨୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦୯୪୯୧୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୩୦୪୬ ଜଣଙ୍କର ମୃତ୍ୟୁ ଘଟିଛି ।