-
ଏଥର କୁମ୍ଭମେଳା ‘ପ୍ରତୀକାତ୍ମକ’ ହେବା ଉଚିତ: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ. କରୋନା ବିରୋଧରେ ଚାଲିଥିବା ସଂଗ୍ରାମରେ ଭାରତକୁ ବିଜୟୀ କରିବା ଲାଗି ସହଯୋଗ କରିବା ନିମନ୍ତେ କୁମ୍ଭମେଳାକୁ ‘ପ୍ରତୀକାତ୍ମକ’ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିବେଦନ କରିଛନ୍ତି ।ପ୍ରଧାନମନ୍ତ୍ରୀ ଆଜି ଟ୍ୱିଟ କରି କହିଛନ୍ତି ଯେ ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ପୂଜ୍ୟ ସ୍ୱାମୀ ଅବଧେଶାନନ୍ଦ ଗିରିଜୀଙ୍କ ସଂଗେ ଆଜି ଫୋନ୍ରେ କଥାବାର୍ତା କଲି । ସବୁ ସନ୍ଥମାନଙ୍କର ସ୍ୱାସ୍ଥ୍ୟାବସ୍ଥା କଥା ଜାଣିଲି । ସମସ୍ତ ସନ୍ଥ ପ୍ରଶାସନକୁ ସବୁ ପ୍ରକାରର ସହଯୋଗ କରୁଛନ୍ତି । ଏଥିନିମନ୍ତେ ମୁଁ ସନ୍ଥମାନଙ୍କ ପ୍ରତି କୃତଜ୍ଞ ।
ସେ ପୁଣି ଲେଖିଛନ୍ତି ଯେ ମୋର ବିନୀତ ନିବେଦନ ଦୁଇଟି ଶାହୀ ସ୍ନାନ ସମାପନ ହୋଇସାରିଛି । କରୋନା ସଙ୍କଟ ଚାଲିଥିବାରୁ ଏଥର କୁମ୍ଭକୁ ପ୍ରତୀକାତ୍ମକ ହିଁ ରଖାଯାଉ । ଏହାଦ୍ୱାରା ଏହି ସଙ୍କଟ ସହ ଲଢ଼ିବା ପାଇଁ ଶକ୍ତି ମିଳିବ ବୋଲି ସେ କହିଛନ୍ତି ।