ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଆଉ ଚାରି ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହ କରୋନାରେ ରାଜ୍ୟରେ ମୃତ୍ୟୁ ବରଣ କରିଥିବା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୪୨ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ଝାରସୁଗୁଡା ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । କଳାହାଣ୍ଡି ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛିା ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି ।