

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୧୫୬ ଜଣ, ଭଦ୍ରକରୁ ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୭, କଟକରୁ ୧୪୦ ଜଣ, ଦେବଗଡ ଜିଲ୍ଲାରୁ ୨୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୬୭, ଗଞ୍ଜାମରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁରରୁ ୭୬ ଜଣ, ଝାରସୁଗୁଡ଼ାରୁ ୧୧୯ ଜଣ, କଳାହାଣ୍ଡିରୁ ୫୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ. କେନ୍ଦ୍ରାପଡ଼ାରୁ ୧୫ ଜଣ, କେନ୍ଦୁଝରରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୯୭ ଜଣ, କୋରାପୁଟରୁ ୧୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬୮ ଜଣ, ନବରଙ୍ଗପୁରରୁ ୯୬ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୩୯୫ ଜଣ, ପୁରୀରୁ ୧୨୯ ଜଣ, ରାୟଗଡ଼ାରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪୯ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୫୨୩ ଜଣ ଓ ଷ୍ଟେଟ୍ ପୁଲରୁ ୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।