
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହ କରୋନାରେ ରାଜ୍ୟରେ ମୃତ୍ୟୁ ବରଣ କରିଥିବା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୪୪ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାର ଜଣେ ୭୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୩୨ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି ।