ଆଜି ଚିହ୍ନଟ ହୋଇଥିବା ୪୮୫୧ ଜଣଙ୍କ ମଧ୍ୟରୁ ୨୮୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୩୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭୦୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୩୧୮ ଜଣ, ଭଦ୍ରକରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ୨୨, କଟକରୁ ୩୦୪ ଜଣ, ଦେବଗଡ ଜିଲ୍ଲାରୁ ୩୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ ଜଣ, ଗଜପତି ଜିଲ୍ଲାରୁ ୩୫, ଗଞ୍ଜାମରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୯ ଜଣ, ଯାଜପୁରରୁ ୬୪ ଜଣ, ଝାରସୁଗୁଡ଼ାରୁ ୨୯୦ ଜଣ, କଳାହାଣ୍ଡିରୁ ୭୯ ଜଣ, କନ୍ଧମାଳ ଜିଲ୍ଲାରୁ ୨୭ ଜଣ. କେନ୍ଦ୍ରାପଡ଼ାରୁ ୫୮ ଜଣ, କେନ୍ଦୁଝରରୁ ୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୭୦୩ ଜଣ, କୋରାପୁଟରୁ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୭୮ ଜଣ, ନବରଙ୍ଗପୁରରୁ ୧୯୪ ଜଣ, ନୟାଗଡ଼ରୁ ୬୬ ଜଣ, ନୂଆପଡ଼ାରୁ ୪୮୬ ଜଣ, ପୁରୀରୁ ୨୨୩ ଜଣ, ରାୟଗଡ଼ାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୭୧ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୫୧୬ଜଣ ଓ ଷ୍ଟେଟ୍ ପୁଲରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୬ ଗିରଫ, ୪୭୩ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୭୩ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୬୦,୪୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।