ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହ କରୋନାରେ ରାଜ୍ୟରେ ମୃତ୍ୟୁ ବରଣ କରିଥିବା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୫୮ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ନୂଆପଡା ଜିଲ୍ଲାର ହୋଇଥିବା ବେଳେ କଟକ, ମୟୁରଭଂଜ ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାର ଜଣେ ୭୩ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ନୂଆପଡା ଜିଲ୍ଲାର ୬୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ୩୮ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଛି । ଉଭୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ନୂଆପଡା ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି ।ସେହିପରି ସୁନ୍ଦରଗଡର ଜଣେ ୪୦ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି