
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୫୩୫୫୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୯୧୧୭ ରହିଛି । ଆଜି ଚିହ୍ନଟ ହୋଇଥିବା ୬୨୧୫ ଜଣଙ୍କ ମଧ୍ୟରୁ ୩୬୦୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୧୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯୫୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୯ ଜଣ, ବରଗଡ଼ରୁ ୨୬୮ ଜଣ, ଭଦ୍ରକରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨୦, କଟକରୁ ୩୮୩ ଜଣ, ଦେବଗଡ ଜିଲ୍ଲାରୁ ୩୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ ଜଣ, ଗଜପତି ଜିଲ୍ଲାରୁ ୪୭, ଗଞ୍ଜାମରୁ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୨ ଜଣ, ଯାଜପୁରରୁ ୮୫ ଜଣ, ଝାରସୁଗୁଡ଼ାରୁ ୨୬୧ଜଣ, କଳାହାଣ୍ଡିରୁ ୬୮୨ ଜଣ, କନ୍ଧମାଳ ଜିଲ୍ଲାରୁ ୩୪ ଜଣ. କେନ୍ଦ୍ରାପଡ଼ାରୁ ୪୧ ଜଣ, କେନ୍ଦୁଝରରୁ ୧୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୯୫୦ ଜଣ, କୋରାପୁଟରୁ ୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୧୫ ଜଣ, ନବରଙ୍ଗପୁରରୁ ୨୫୭ ଜଣ, ନୟାଗଡ଼ରୁ ୮୨ ଜଣ, ନୂଆପଡ଼ାରୁ ୪୪୬ ଜଣ, ପୁରୀରୁ ୩୦୬ ଜଣ, ରାୟଗଡ଼ାରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୬୩ ଜଣ, ସୋନପୁରରୁ ୬୫ ଜଣ, ସୁନ୍ଦରଗଡ଼ରୁ ୬୮୪ ଜଣ ଓ ଷ୍ଟେଟ୍ ପୁଲରୁ ୧୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୭ ଗିରଫ, ୬୪୭ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୭ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୪୭ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୯୨,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO