-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୬୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୫୬୦୦୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୩୩୦୪ ରହିଛି । ଆଜି ଚିହ୍ନଟ ହୋଇଥିବା ୬୬୪୭ ଜଣଙ୍କ ମଧ୍ୟରୁ ୩୮୫୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୭୯୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୧୮୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୭ ଗିରଫ, ୬୬୯ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୭ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୬୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୫,୦୪,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO