ଭୁବନେଶ୍ୱର, ଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କରୋନାରେ ୭ ଜଣଙ୍କର ମୃତ୍ୟୁ ଘଟିିଛି । ଏହା ସହିତ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୧୯୮୮ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୩୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୩୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୮ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଜଣେ ୫୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।