ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭,୧୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୭୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୯୪,୪୮୦ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୬୩୯୨୮ଜଣ ମୃତ୍ୟୁବରଣ କରିଛନ୍ତି ।
ଗୁଜରାତରେ ଗତ ୨୪ ଘଂଟାରେ ୧୪,୦୯୭ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୪,୦୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୭,୫୯୪ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୬,୧୭୧ହୋଇଛି ।