
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୩୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କରୋନା ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସାଧିନ ଅବସ୍ଥାରେ ଅନ୍ୟ ଜଣକର ମୃତ୍ୟୁ ଘଟିଛି । ଏହାକୁ ମିଶାଇ କରୋନା ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୭ ରହିଛି ।
ଗତକାଲି ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ କୋଭିଡ଼ ହସ୍ପିଟାଲରୁ ଘରକୁ ଫେରିଛନ୍ତି । କରୋନା ଦ୍ୱିତୀୟ ଲହରରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଥିବା ବେଳେ ଜନସାଧାରଣଙ୍କ ନିମନ୍ତେ ଚିନ୍ତାର କାରଣ ପାଲଟିଛି ।