
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୦୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୬୭୧୧୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୫୦୯୫୮ ରହିଛି । ଆଜି ଚିହ୍ନଟ ହୋଇଥିବା ୬୦୭୩ ଜଣଙ୍କ ମଧ୍ୟରୁ ୩୫୨୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୦୯୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୩୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୮ ଜଣ, ବରଗଡ଼ରୁ ୨୮୬ ଜଣ, ଭଦ୍ରକରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪୫୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ୬୪, କଟକରୁ ୧୯୮ ଜଣ, ଦେବଗଡ ଜିଲ୍ଲାରୁ ୩୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ, ଗଜପତି ଜିଲ୍ଲାରୁ ୭୯, ଗଞ୍ଜାମରୁ ୨୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୨ ଜଣ, ଯାଜପୁରରୁ ୧୦୭ ଜଣ, ଝାରସୁଗୁଡ଼ାରୁ ୩୫୯ ଜଣ, କଳାହାଣ୍ଡିରୁ ୨୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୩୪ ଜଣ. କେନ୍ଦ୍ରାପଡ଼ାରୁ ୬୪ ଜଣ, କେନ୍ଦୁଝରରୁ ୨୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୦୯୨ ଜଣ, କୋରାପୁଟରୁ ୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୪୯ ଜଣ, ନବରଙ୍ଗପୁରରୁ ୨୦୬ ଜଣ, ନୟାଗଡ଼ରୁ ୧୧୦ ଜଣ, ନୂଆପଡ଼ାରୁ ୪୦୦ ଜଣ, ପୁରୀରୁ ୨୨୬ ଜଣ, ରାୟଗଡ଼ାରୁ ୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୫୮ ଜଣ, ସୋନପୁରରୁ ୭୪ ଜଣ, ସୁନ୍ଦରଗଡ଼ରୁ ୩୭୧ ଜଣ ଓ ଷ୍ଟେଟ୍ ପୁଲରୁ ୨୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO