
ଭୁବନେଶ୍ୱର,ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଲେଖକ, ପଦ୍ମଭୂଷଣ ଡଃ ମନୋଜ ଦାସଙ୍କ ବିୟୋଗରେ ସିପିଆଇର ଓଡ଼ିଶା ରାଜ୍ୟ ପରିଷଦ ଗଭୀର ଶୋକ ପ୍ରକାଶ କରୁଛି ।
ସିପିଆଇ ରାଜ୍ୟ ସମ୍ପାଦକ ଆଶିଷ କାନୁନ୍ଗୋ ଏକ ପ୍ରେସ୍ ବିଜ୍ଞପ୍ତିରେ କହିଛନ୍ତି ଯେ ସେ ଥିଲେ ଛାତ୍ର ଜୀବନରେ ଆନ୍ତର୍ଜାତୀୟ ସ୍ତରରେ ଛାତ୍ରସଂଘକୁ ପ୍ରତିନିଧିତ୍ୱ କରିଥିବା ଛାତ୍ରନେତା ଏବଂ ପରବର୍ତୀ ସମୟରେ ଓଡ଼ିଆ ଭାଷା ଓ ସାହିତ୍ୟର ସ୍ପର୍ଦ୍ଧିତ ସ୍ୱର ।ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଆକାଶରୁ ଏକ ଉଜ୍ଜ୍ୱଳ ନକ୍ଷତ୍ର ଅସ୍ତମିତ ହୋଇଗଲା ଏବଂ ଉତ୍କଳ ଜନନୀ ଜଣେ ବିଶିଷ୍ଟ ଚିନ୍ତାନାୟକ ଓ ମହାନ୍ ସାରସ୍ୱତ ସାଧକଙ୍କୁ ହରାଇଲା । ଓଡ଼ିଶା ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO