
ସମ୍ବଲପୁର, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ମୃତକଙ୍କ ପରିବାରକୁ ନ୍ୟାୟ ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ପ୍ରଶାସନିକ ଭବନ ସମ୍ମୁଖରେ ବିଭିନ୍ନ ରାଜନୈତିକ ଦଳର କର୍ମୀଙ୍କ ପକ୍ଷରୁ ଧାରଣା ଦିଆଯାଇଛି । କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।